ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ଲୋକପ୍ରିୟ ଅଭିନେତା ତଥା ନାଟ୍ୟକାର ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ବୋଲି ଟ୍ୱିଟ କରି ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (naveen pattnaik- @Naveen_Odisha)। ‘ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ବୋଲି ମଧ୍ୟ ସେ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: