ରାଜ୍ୟରୁ ପୁଣି ଚିହ୍ନଟ ହେଲେ ୧୪ ଓମିକ୍ରନ୍ ଆକ୍ରାନ୍ତ, ମୋଟ ସଂଖ୍ୟା ୭୫କୁ ବୃଦ୍ଧି

ପ୍ରିଜମ ନ୍ୟୁଜ ବ୍ୟୁରୋ:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସାଙ୍ଗକୁ ନୂଆ ଭ୍ୟାରୀୟଣ୍ଟ ଓମିକ୍ରନ୍ ସଂକ୍ରମଣ ବୃଦ୍ଧି ଚିନ୍ତା ଅଧିକ ବଢେଇଛି। ଆଜି ରାଜ୍ୟରୁ ପୁଣି ଚିହ୍ନଟ ହୋଇଛନ୍ତି ଆଉ ୧୪ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି । ଏହି ନୂଆ ୧୪ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରାଇଛି । ତେବେ ଏହି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ନମୁନା ପରୀକ୍ଷା କରାଯାଇଥିବା ସୂଚନା ମିଳିଛି। ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେ କିଛି ଦିନର ଚିକିତ୍ସା ପରେ ସୁସ୍ଥ ହୋଇ ଫେରିଛନ୍ତି। ସେହିପରି ରାଜ୍ୟରେ ଜଣେ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତାଙ୍କ ଘର ବଲାଙ୍ଗୀର ଜିଲ୍ଲାର ବୋଲି ଜଣାପଡିଛି। ସେହିଭଳି ଆଜି ରାଜ୍ୟରୁ ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *