୪୨୮ ଆକ୍ରାନ୍ତଙ୍କ ସହ ୧୦ଜଣଙ୍କର ମୃତ୍ୟୁ

୪୨୮ ଆକ୍ରାନ୍ତଙ୍କ ସହ ୧୦ଜଣଙ୍କର ମୃତ୍ୟୁ

ପ୍ରିଜମ ନ୍ୟୁଜ ବ୍ୟୁରୋ: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟଙ୍କ ମଧ୍ୟରୁ ୨୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ବରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨, ୮୩, ୨୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୯, ୨୫୩ ଜଣ ସୁସ୍ଥ ହୋଇଛନ୍ତି। ୪,୯୫୫ ଜଣ ଏବେ ବି ସଂକ୍ରମିତ ଅଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: