ବଦଳିଲେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ

ବଦଳିଲେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ବଦଳିଲେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ। ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି ।

ଆୟୁଷ ନିର୍ଦ୍ଦେଶକ ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଦାୟିତ୍ୱ ମିଳିଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: