“ନବୀନ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ”

“ନବୀନ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ”

ପ୍ରିଜମ ନ୍ୟୁଜ ବ୍ୟୁରୋ: ନିଜର ଜନମଙ୍ଗଳକାରୀ ଯୋଜନା, ଦୂରଦୃଷ୍ଟି କାର୍ଯ୍ୟ ଓ ଲୋକପ୍ରିୟତା ପାଇଁ ପୁଣି ଥରେ ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ ଦ୍ଵାରା କରାଯାଇଥିବା ଏକ ଜାତୀୟ ସ୍ତରୀୟ ସର୍ଭେରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ସ୍ଥାନରେ ରହିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ୭୧.୧ ପ୍ରତିଶତ ଲୋକଙ୍କ ତାଙ୍କୁ ପସନ୍ଦ କରୁଥିବାର ଏହି ସର୍ଭେରୁ ଜଣାପଡିଛି। ଏହି ରିପୋର୍ଟରେ କୋଭିଡ-୧୯ ପରିଚାଳନାରେ ଓଡ଼ିଶା ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି। ସେହିପରି ମହାମାରୀ ମୁକାବିଲାରେ ବି ଓଡ଼ିଶା ଏକ ନମ୍ବରରେ ରହିଛି। ଜନକଲ୍ୟାଣ ଯୋଜନା ଓ ଲୋକାଭିମୁଖୀ ଶାସନର ରୋଲ୍‌ ମଡେଲ ହୋଇଛନ୍ତି ନବୀନ ପଟ୍ଟନାୟକ। କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି। ଉଲ୍ଲେଖନୀୟ କୋଭିଡ ପରିଚାଳନାରେ ଓଡ଼ିଶା ନମ୍ବର ୧। ସଫଳ କୋଭିଡ୍‌ ପରିଚାଳନା ପାଇଁ ଓଡ଼ିଶା ୭୬.୭ ପ୍ରତିଶତ ଲୋକଙ୍କଠାରୁ ମିଳିଛି ସମର୍ଥନ। ସେହିପରି ଦ୍ୱିତୀୟରେ ଉତ୍ତରପ୍ରଦେଶ, ତୃତୀୟ ଆସାମ, ଚତୁର୍ଥରେ ତାମିଲନାଡୁ ଓ ପଞ୍ଚମରେ ମହାରାଷ୍ଟ୍ର ରହିଛି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ନବୀନଙ୍କ ପଛକୁ ରହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ୬୯.୯ ପ୍ରତିଶତ ଲୋକ ମମତାଙ୍କୁ ପସନ୍ଦ କରିଛନ୍ତି। ସେହିପରି ତୃତୀୟ ସ୍ଥାନରେ ଅଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ। ତାଙ୍କୁ ୬୭.୫ ପ୍ରତିଶତ ଲୋକଙ୍କ ସମର୍ଥନ ମିଳିଛି। ଚତୁର୍ଥରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ପଞ୍ଚମରେ କେରଳ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ୍, ଷଷ୍ଠରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ ଅଛନ୍ତି। ସେହିପରି ସପ୍ତମରେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା, ଅଷ୍ଟମରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଏବଂ ନବମରେ ଅଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରହିଛନ୍ତି। ଗତ ୨ ବର୍ଷ ହେବ ନବୀନ ପଟ୍ଟନାୟକ ଏହି ସ୍ଥାନ ବଜାୟ ରଖି ଆସୁଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: