ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: କୋଭିଡ୍ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା। ଅଧିକ ସତର୍କ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଧିକାଂଶ ଜିଲ୍ଲାରେ ନୂଆ ସଂକ୍ରମଣ କମୁଛି। କୋଭିଡ ପରିଚାଳନାରେ ଓଡ଼ିଶା କ୍ରମାଗତ ଭାବେ ଭଲ ପ୍ରଦର୍ଶନ କରିଆସୁଛି। ସମସ୍ତ ସୂଚକାଙ୍କ ଜାତୀୟ ହାର ଠାରୁ ଭଲ ରହିଛି। ତେଣୁ ଏଭଳି ସମୟରେ ଅଧିକ ସତର୍କ ରହିବା ସହ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଓ କୋଭିଡ ନିୟମାବଳୀକୁ ଦୃଢ ଭାବେ କାର୍ଯ୍ୟକାରୀ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି।

ସେହିପରି ରାଜ୍ୟର ଅର୍ଥନୈତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦେବା ସହ ଶିଳ୍ପ ପ୍ରକଳ୍ପ ଗୁଡ଼ିକୁ ସବୁ ସ୍ତରରେ ସହଯୋଗ ଓ ପୁଞ୍ଜି ବିନିଯୋଗର ଲାଭ ଯେପରି ଲୋକେ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାବ୍ୟତୀତ ମନରେଗା, ମିଶନ ଶକ୍ତି ଓ ଜୀବିକା ମିଶନ କାର୍ଯ୍ୟକ୍ରମକୁ ମଧ୍ୟ ପ୍ରାଧାନ୍ୟ ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କ୍ଷେତ୍ରରେ କୌଣସି ବାଧାକୁ ବରଦାସ୍ତ କରାଯିବ ନାହିଁ। ଯେକୌଣସି ଅର୍ଥନୈତିକ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି କରାଗଲେ ଦୃଢ଼ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ନବୀନ। ସେହିଭଳି ପୋଲିସ ଓ ଅଗ୍ନିଶମ ସେବା କର୍ମଚାରୀ ବର୍ତ୍ତମାନ ସୁଦ୍ଧା ୪୦୦ ୟୁନିଟ୍ ପ୍ଲାଜମା ଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

%d bloggers like this: