ଅଲିମ୍ପିକ ଖେଳାଳିଙ୍କ ପାଇଁ ନବୀନଙ୍କ ପୁରସ୍କାର ଘୋଷଣା

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ଓଡ଼ିଆ ଅଲିମ୍ପିକ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା ଓଡ଼ିଶାର କ୍ରୀଡ଼ାବିତଙ୍କ ସହ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ। ଏହି ଅବସରରେ ଅଲିମ୍ପିୟାନ ଦୂତି ଚାନ୍ଦ, ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।


ତେବେ ଟୋକିଓ ଅଲିମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା, ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହ ଅଲିମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲିମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *