ବିଶ୍ଵକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ ଓଡ଼ିଶା ଦେବ କୋଟିଏ

ବିଶ୍ଵକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ ଓଡ଼ିଶା ଦେବ କୋଟିଏ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ଆଜି ରାଉରକେଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ବୁଲି ଦେଖିଥିଲେ। ପରେ ବିଶ୍ବକପ ଗ୍ରାମ ଉଦ୍‌ଘାଟନ କରିଥିଲେ। ଏହାପରେ ଭାରତୀୟ ହକି ଟିମ୍‌ଙ୍କୁ ଭେଟି ତାଙ୍କ ସହ ଆଲୋଚନା କରିଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ଷ୍ଟାଡିୟମ ଓଡ଼ିଶା ମାଟିର ଗୌରବ ଗାନ କରୁଛି।

ଏ ଷ୍ଟାଡିୟମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳିମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିୟାନ୍ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିୟମ ଓଡ଼ିଶାର ଛବିକୁ ଆହୁରି ଉଜ୍ଜ୍ବଳ କରିଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିୟମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: