ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ୧୫ ଦିନ ପାଇଁ ମିଳିବ ରିଲିଫ

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ୧୫ ଦିନ ପାଇଁ ମିଳିବ ରିଲିଫ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆକାଶ ମାର୍ଗରୁ ରାଜ୍ୟର ବିଭିନ୍ନ ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବନ୍ୟାରେ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବାର ଦେଖି ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହିତ ତାଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିନ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ।ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ବନ୍ୟାଞ୍ଚଳ ପରିଦର୍ଶନ କରି ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ମଧ୍ୟ ଘୋଷଣା କରିଛନ୍ତି।

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲାର ଅନେକ ଗାଁ ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସେଠାକାର ବିପନ୍ନ ଲୋକଙ୍କୁ ୧୫ ଦିନ ପର୍ଯ୍ୟନ୍ତ ରିଲିଫ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲାରେ ପାଣି ପଶିଥିବା ଗାଁର ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ ଦିଆଯିବ।ଏହାସହ ପାଣି ଛାଡିବାର ସାତ ଦିନ ଭିତରେ କ୍ଷୟକ୍ଷତି ଆକଳନ କରାଯିବା ସହ ୧୫ ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: