
ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ରାଜ୍ୟରେ କୋରୋନା ସଂକ୍ରମିତ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବରୀ ବିଧାୟିକା ସୁନନ୍ଦା ଦାସ ଓ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଓ ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ ପଣ୍ଡା କୋଭିଡ ସଂକ୍ରମିତ ହୋଇଥିବା ଜାଣି ଫୋନ ଯୋଗେ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି। ସମସ୍ତଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) September 2, 2020
ନିଜେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଏହାସହ ତିନି ବିଧାୟକଙ୍କର ଆଶୁ ଆରୋଗ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।