୩୦୦କୋଟିର କ୍ରୀଡା ଭିତ୍ତିଭୂମି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

୩୦୦କୋଟିର କ୍ରୀଡା ଭିତ୍ତିଭୂମି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପ୍ରିଜମ ନ୍ୟୁଜ ବ୍ୟୁରୋ: କଳିଙ୍ଗ ଷ୍ଟାଡିଅମ୍‌ କମ୍ପଲେକ୍‌ସରେ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ତଥା ୩୦୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶର ପ୍ରଥମ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମଖର୍ଚ୍ଚ ହେବ ୧୨୦ କୋଟି ଟଙ୍କା, ଚଳିତ ବର୍ଷ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଭାରତର ପୁରୁଷ ଓ ମହିଳା ହକି ଟିମ୍‌ର ଖେଳାଳୀ ମାନଙ୍କୁ ଭେଟିବା ସହ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି , ‌ଆଥଲେଟମାନଙ୍କ ପାଇଁ ଏହି ଇନ୍‌ଡୋର ସୁବିଧା ଦେଶରେ ଆଥଲେଟିକ୍‌ ଖେଳର ବିକାଶକୁ ଜୋରଦାର କରିବ ଏବଂ ଏହି ଷ୍ଟାଡିଅମ ଆଗାମୀ ଦିନରେ ଆଥଲେଟିକ ଚମ୍ପିଆନ ସୃଷ୍ଟି କରିବାରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିବ । ଖେଳାଳୀମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ । ଶହେ ଜଣ ଖେଳାଳୀଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି। ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍‌ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ।ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହାଦ୍ବାରା ରାଜ୍ୟର କ୍ରୀଡା କ୍ଷେତ୍ରରେ ରୂପାନ୍ତର ଆସିପାରିବ ବୋଲି ଆଶା କରାଯାଉଛି । କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍‌ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍‌ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା ଉପସ୍ଥିତ ଥିଲେ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: