ପ୍ରିଜମ ନ୍ୟୁଜ ବ୍ୟୁରୋ:ରାଜ୍ୟରେ ପୁଣି ବୃଦ୍ଧି ହେବାକୁ ଲାଗିଲାଣି କରୋନା ସଂକ୍ରମଣ। ଆଜି ଶହେ ଟପିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ସଂକ୍ରମିତ ୪୬ଜଣ ରହିଥିବା ବେଳେ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ୧୫ ଜଣ ସଂକ୍ରମିତ ରହିଥିବା ସୂଚନା ମିଳିଛି । ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ୧୧୩ ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୧, ଷ୍ଟେଟପୁଲରୁ୧୪ ଓ ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।
ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ଦେଇଛନ୍ତି। ସ୍ଥିତି ଉପରେ ନଜର ରଖାଯାଇଛି ବୋଲି ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ଆଲାରାମିଂ ସ୍ଥିତି ନାହିଁ, କଟକ ଓ ଭୁବନେଶ୍ୱରରେ ସଂକ୍ରମଣ ଅଧିକ ରହୁଛି। ରଥଯାତ୍ରା ସମୟରେ ୧୦ ଲକ୍ଷ ଲୋକଙ୍କୁ ମାସ୍କ ଯୋଗାଇ ଦିଆଯିବ। ପୁରୀରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ ୫୦ ହଜାରକୁ ବଢାଯିବ। ଆଣ୍ଟିଜେନ୍ ଟେଷ୍ଟ ସହ ଟିକାକରଣ ବଢାଇବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଦର୍ଶନ କରିବା ପରେ ଭିଡ ନକରି ଜାଗା ଛାଡନ୍ତୁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।ସେହିପରି ଗତ ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୧୧ହଜାର ୭୯୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
0 Comments