କରୋନା ସଂକ୍ରମଣରେ ଆଖି ବୁଜିଲେଣି 736 ଆକ୍ରାନ୍ତ , ଆଜି ଗଲା 15 ଜୀବନ

କରୋନା ସଂକ୍ରମଣରେ ଆଖି ବୁଜିଲେଣି 736 ଆକ୍ରାନ୍ତ , ଆଜି ଗଲା 15 ଜୀବନ

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ମହାମାରୀ କରୋନା ସଂକ୍ରମଣରେ ଆଜି ରାଜ୍ୟରେ 15ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା 736କୁ ବୃଦ୍ଧି ପାଇଛି ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମୃତ୍ୟୁବରଣ କରିଥିବା ସମସ୍ତ ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣଙ୍କର ପୂର୍ବରୁ ଅନ୍ୟ ରୋଗ ଥିବାବେଳେ ଅବଶିଷ୍ଟ ୬ ଜଣ କେବଳ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି ।

ସେହିଭଳି  ଗତ ୨୪ ଘଣ୍ଟାରେ ରେକର୍ଡ ୪୨୩୭ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୭୫୨ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୨୪୮୫ ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଚିହ୍ନଟ ହୋଇଥିବା ୪୨୩୭ଟି ମାମଲା ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଟି ଓ କଟକ ଜିଲ୍ଲାରୁ ୫୭୭ ଟି ମାମଲା ରହିଛି ।

%d bloggers like this: