ଆଡ଼ପମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ,ଶ୍ରଦ୍ଧାଳୁ ପାଇବେ ଆଡ଼ପ ଅବଢ଼ା

ଆଡ଼ପମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ,ଶ୍ରଦ୍ଧାଳୁ ପାଇବେ ଆଡ଼ପ ଅବଢ଼ା

ପ୍ରିଜମ ନ୍ୟୁଜ ବ୍ୟୁରୋ: ଜନ୍ମବେଦୀ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ। ଆଜିଠାରୁ ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବେ। ଏହାସହ ଆଡ଼ପ ଅବଢ଼ା ମଧ୍ୟ ପାଇପାରିବେ ଭକ୍ତ। ଆଡ଼ପ ମଣ୍ଡପରେ ଶ୍ରୀବିଗ୍ରହଙ୍କ ଦର୍ଶନ ପାଇଁ ଜମିଛି ଭିଡ଼ । ଭକ୍ତମାନେ ଆଜି ଉଭୟ ପରିମାଣିକ ଓ ସାହାଣମେଲା ଦର୍ଶନ କରିପାରିବେ। ଅପରାହ୍ନ ଗୋଟାଏରୁ ୨ଟା ମଧ୍ୟରେ ଆଡ଼ପ ଅବଢ଼ା ବାହାରିବା ପାଇଁ ବ୍ୟବସ୍ଥା ହୋଇଛି।ମହାପ୍ରଭୁଙ୍କ ଆଡ଼ପ ବିଜେ ନୀତି ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା ।ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି ।ଏହି ଅବଢ଼ା ଶ୍ରଦ୍ଧାଳୁଙ୍କୁ ୬ ଦିନ ଯାଏ ମିଳିବ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: