କେନ୍ଦ୍ର ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ରାଜଧାନୀର ମୁଖ୍ୟସ୍ଥଳୀ ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ୍‌ ପମ୍ପରେ ନିଆଁ ଲାଗି ବିରାଟ ବିସ୍ଫୋରଣ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଆଜି ମଧ୍ୟାହ୍ଣ ସମୟରେ ଘଟିଥିବା ଏହି ଅଗ୍ନିକାଣ୍ଡ ଘଟଣା ନେଇ କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘଟଣାର ତଦନ୍ତ ଲାଗି ପ୍ରେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରାଳୟର ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟୁଇଟ ଜରିଆରେ ଏହି ସୂଚନା ଦେଇଛନ୍ତି।

ଶ୍ରୀ ପ୍ରଧାନ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍‌ ଅଏଲର ଅଧିକାରୀମାନଙ୍କ ସହ ଅଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ମନ୍ତ୍ରାଳୟର ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ସେ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଆହତମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆର୍ଶୀବାଦରୁ ଶୀଘ୍ର ଆରୋଗ୍ୟ କାମନା କରନ୍ତୁ ବୋଲି ସେ ଟୁଇଟ କରିଛନ୍ତି।

%d bloggers like this: