ତୈଳ ଦର ବୃଦ୍ଧି ଛବି ଖରାପ କରିଥିଲା : ଏବେ ଶିକ୍ଷା ବ୍ୟବସ୍ଥାରେ ସୁଧାର ପାଇଁ ଚେଷ୍ଟା କରୁଛନ୍ତି ଧର୍ମେନ୍ଦ୍ର

ତୈଳ ଦର ବୃଦ୍ଧି ଛବି ଖରାପ କରିଥିଲା : ଏବେ ଶିକ୍ଷା ବ୍ୟବସ୍ଥାରେ ସୁଧାର ପାଇଁ ଚେଷ୍ଟା କରୁଛନ୍ତି ଧର୍ମେନ୍ଦ୍ର

ପ୍ରିଜମ ନ୍ୟୁଜ୍ ଓଡ଼ିଶା: ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସି ଅଧିନିୟମ 1956, ଧାରା 2(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଯାଇଛି । ଏନେଇ ଖୋଦ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି ବୋଲି ନିଜ ସିରିଜ୍ ଅଫ୍ ଟ୍ୱଟ୍ ରେ ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ 1956 ର ଧାରା 12(ବି) ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ ବୋଲି ପ୍ରଧାନ ଆଶା ରଖିଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: