ବିଧାୟକଙ୍କ ଗିରଫକୁ ନେଇ ଧର୍ମେନ୍ଦ୍ର କହିଲେ..

ବିଧାୟକଙ୍କ ଗିରଫକୁ ନେଇ ଧର୍ମେନ୍ଦ୍ର କହିଲେ..

ପ୍ରିଜମ ନ୍ୟୁଜ ବ୍ୟୁରୋ: ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫଦାରୀକୁ ନେଇ ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୋଲିସର ଗିରଫଦାରୀକୁ ନେଇ ସେ ପ୍ରଶ୍ନ କରିଛନ୍ତି। କିଛି ଅଧିକାରୀ ନିଜର କାର୍ଯ୍ୟଶୈଳିକୁ ନ ସୁଧାରି ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି, ଯାହା ଗଣତନ୍ତ୍ର ପାଇଁ ବିପଦଜନକ ବୋଲି ଟ୍ୱିଟ୍ କରିକହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

ସେ କହିଛନ୍ତି, ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ । ଜନପ୍ରତିନିଧିଙ୍କର ଦାୟିତ୍ୱ ହେଉଛି ଜନସାଧାରଣଙ୍କ କାର୍ଯ୍ୟ କରିବା ଓ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବା, ଏଥିରେ ବାଧା ସୃଷ୍ଟି କରାଯିବା ଅନୁଚିତ । କିଛି ଅଧିକାରୀମାନେ ନିଜର କାର୍ଯ୍ୟଶୈଳିକୁ ନ ସୁଧାରି ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି, ଯାହା ଗଣତନ୍ତ୍ର ପାଇଁ ବିପଦଜନକ । ଜନପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ହିଁ ସାଧାରଣ ଲୋକଙ୍କ କାର୍ଯ୍ୟ ସହଜ ହୋଇଥାଏ । କିଛି ସରକାରୀ ଅଧିକାରୀ ନିଜର କର୍ତ୍ତବ୍ୟ ଓ ଦାୟିତ୍ୱକୁ ସୁଚାରୁରୂପେ ପାଳନ ନ କରି ଜନତାଙ୍କ ସମସ୍ୟାକୁ ଅଣଦେଖା କରୁଛନ୍ତି, ଯାହାଫଳରେ ଜନଅସନ୍ତୋଷ ଦେଖାଯାଉଛି ।

ଉଲ୍ଲେଖଯୋଗ୍ୟ, ଗତକାଲି ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଓ ତାଙ୍କ ସମର୍ଥକ ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ବିଡିଓ ଏବଂ ବିଧାୟକ ପରସ୍ପର ଆଗ ପଛ ହୋଇ ଥାନାରେ ଏତଲା ଦେଇଥିଲେ । ବିଧାୟକ ଓ ତାଙ୍କ ସମର୍ଥକ ଛେପଲିପାଲି ଗାଁକୁ ଯାଇ ବିଡିଓଙ୍କୁ ମାଡ଼ ମାରିବା ସହ ଗାଳିଗୁଳଜ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ପରେ ବିଧାୟକଙ୍କ ବିରୋଧରେ ମାମଲା ଦେବା ସହ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଥିଲେ ବିଡିଓ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: