ବିଜାପୁରରେ ୫ ଯବାନ ସହିଦ

ବିଜାପୁରରେ ୫ ଯବାନ ସହିଦ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ଛତିଶଗଡ଼ ବିଜାପୁରରେ ପୋଲିସ-ମାଓବାଦୀ ଗୁଳି ବିନିମୟ। ମାଓବାଦୀଙ୍କ ଗୁଳିରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ସିଲେଗୁର ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ୍ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଏହାପରେ ଡିଆରଜି ଓ ସିଆରପିଏଫ ବାହିନୀର ଯବାନମାନେ ମିଳିତ ଭାବେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ। ଯବାନଙ୍କୁ ଦେଖି ମାଓବାଦୀମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ଘଟଣାରେ ଡିଆରଜି ବାହିନୀର ୪ ଜଣ ଓ ସିଆରପିଏଫର ଜଣେ ଯବାନ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ୫ ଜଣ ଯବାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସମସ୍ତ ୫ ଯବାନ ସହିଦ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: