ଆସାମରେ ବନ୍ୟା: ଭୂସ୍ଖଳନ ପାଇଁ ୪ ମୃତ

ଆସାମରେ ବନ୍ୟା: ଭୂସ୍ଖଳନ ପାଇଁ ୪ ମୃତ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆସାମରେ ପୁଣି ବନ୍ୟା ପରିସ୍ଥିତି । ପ୍ରବଳ ବର୍ଷା କାରଣରୁ ଆସାମର ଗୌହାଟୀ ସହ ବିଭିନ୍ନ ସ୍ଥାନରେ ଲୋକମାନେ ଜଳବନ୍ଦୀ ହୋଇ ରହିଛନ୍ତି । ଖାଲି ସେତିକି ନୁହେଁ ଆସାମର କିଛି ଅଞ୍ଚଳରେ ଭୂସ୍ଖଳନ ମଧ୍ୟ ହୋଇଛି । ବୋରାଗାରରେ ଭୂସ୍ଖଳନ ଯୋଗୁଁ ୪ଜଣଙ୍କ ମୃତ୍ୟୁ ହୋଇ ଥିବା ଜଣା ପଡିଛି । ପ୍ରବଳ ବର୍ଷା କାରଣରୁ ୭ଟି ଜିଲ୍ଳାର ପ୍ରାୟ ୮ହଜାର ଲୋକ ଜଳବନ୍ଦୀ ହୋଇ ରହିଛନ୍ତି । ଆସାମର ଢେମାଜି, ଦିବ୍ରୁଗଡ, ନାଲବରି ଓ ଦକ୍ଷିଣ ସାଲମା ଜିଲ୍ଲା ବେଶୀ ପ୍ରଭାବିତ ହୋଇଛି । ଲଗାତର ବର୍ଷା କାରଣରୁ ରାସ୍ତା ଉପରେ ପାଣି ଚାଲୁଛି । ଗାଡ଼ି ମଟର ଗୁଡ଼ିକ ମଧ୍ୟ ଭାସୁଥିବା ଦେଖିବାକୁ ମିଳୁଛି । ରେଳ ଷ୍ଟେସନ୍ ରେ ମଧ୍ୟ ପାଣି ଜମି ରହିଥିବାର ଦେଖିବାକୁ ମିଳିଛି। ଗତ ୬ ସପ୍ତାହରେ ଆସାମରେ ଦ୍ୱିତୀୟ ଥର ପାଇଁ ବନ୍ୟା ପରିସ୍ଥିତି ଉପୁଜିଛି । ବିଭିନ୍ନ ନଦୀର ଜଳସ୍ତର ବଢ଼ୁଥିବାରୁ ଲୋକମାନଙ୍କୁ ସୁରକ୍ଷୀତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଉଛି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: