ଦିଲୀପଙ୍କୁ ହକି ଇଣ୍ଡିଆର ସଭାପତି ଦାୟିତ୍ୱ

ଦିଲୀପଙ୍କୁ ହକି ଇଣ୍ଡିଆର ସଭାପତି ଦାୟିତ୍ୱ

ପ୍ରିଜମ ନ୍ୟୁଜ ବ୍ୟୁରୋ: ହକି ଇଣ୍ଡିଆର ସଭାପତି ହେଲେ ଓଡ଼ିଆ ପୁଅ ପଦ୍ମଶ୍ରୀ ଦିଲୀପ ତିର୍କୀ । ନିର୍ଦ୍ୱନ୍ଦ୍ୱରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ଏହି ପଦବିରେ ରହିବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ । ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଅନ୍ୟ କେହି ଏହି ପଦ ପାଇଁ ଆବେଦନ କରି ନଥିଲେ । ଫଳରେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହୋଇଛନ୍ତି ଦିଲୀପ। ଦିଲୀପ ତିର୍କୀ ରବିବାର ହକି ଇଣ୍ଡିଆର ସଭାପତି ପଦ ପାଇଁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ । ଏନେଇ ଦିଲୀପ ତିର୍କୀ ଟ୍ୱିଟରରେ ଏକ ଫଟୋ ସେୟାର କରି ସୂଚନା ଦେଇଥିଲେ। ଭାରତୀୟ ହକିର ମହାନ୍ ଖେଳାଳିଙ୍କ ମଧ୍ୟରୁ ଦିଲୀପ ତିର୍କୀ ଅନ୍ୟତମ ।

ସେ ୧୯୯୫ରୁ ୨୦୧୦ ମସିହା ପର୍ଯ୍ୟନ୍ତ ଦୀର୍ଘ ୧୫ ବର୍ଷର ଆନ୍ତର୍ଜାତୀୟ କ୍ୟାରିୟରରେ ୪୧୨ଟି ମ୍ୟାଚ ଖେଲିଛନ୍ତି । ଏହାସହ ସେ ଭାରତୀୟ ହକି ଦଳର ଅଧିନାୟକ ମଧ୍ୟ ଥିଲେ। ଚଳିତ ବର୍ଷ ଅଗଷ୍ଟରେ ହକି ଇଣ୍ଡିଆ ନିର୍ବାଚନ ପରିଚାଳନା ପାଇଁ ଅଜୟ ନାୟକଙ୍କୁ ରିଟର୍ଣ୍ଣିଂ ଅଫିସର ଭାବରେ ନିଯୁକ୍ତ କରାଯାଇଥିଲା । ଏବେ ବିଭିନ୍ନ ମହଲରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି।ହକି ଇଣ୍ଡିଆ ସଭାପତି ଭାବେ ନିର୍ବାଚିତ ହେବା ପରେ ଦିଲୀପ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି ଯେ ଭାରତୀୟ ହକିକୁ ଶୀର୍ଷରେ ପହଞ୍ଚାଇବା ପାଇଁ ପୂରା ପ୍ରୟାସ କରିବେ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: