ଆଜି ଚତୁର୍ଥ ପର୍ଯ୍ୟାୟ ମତଦାନ

ଆଜି ଚତୁର୍ଥ ପର୍ଯ୍ୟାୟ ମତଦାନ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆଜି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ। ନିର୍ବାଚନକୁ ନେଇ ସବୁଠି ଚର୍ଚ୍ଚା। ବିଭିନ୍ନ ସମସ୍ୟା ଭିତରେ ଚାଲିଛି ମତଦାନ ପ୍ରକ୍ରିୟା। ପାଞ୍ଚଟି ପର୍ଯ୍ୟାୟରୁ ତିନିଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ଆଜି ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ମତଦାନ । ଚତୁର୍ଥ ପର୍ଯ୍ୟାୟରେ ୨୭ ଜିଲ୍ଲାର ୬୪ ବ୍ଲକର ୧୬୩ ଜିଲ୍ଲା ପରିଷଦ ଆସନରେ ପଡ଼ିବ ଭୋଟ । ସେହିପରି ୧୨୫୪ ପଞ୍ଚାୟତରେ ସରପଞ୍ଚ, ସମିତି ସଭ୍ୟ ଓ ୧୭ ହଜାର ୮୯ଟି ଓ୍ବାର୍ଡ ପାଇଁ ହେବ ମତଦାନ । ମୋଟ ୫୧ ଲକ୍ଷ ୩୧ ହଜାର ୭୨୭ ଭୋଟର ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ।ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରତି ବୁଥରେ ପହଞ୍ଚି ସାରିଛନ୍ତି ପୋଲିଂ କର୍ମଚାରୀ । ଏହାସହ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ହିଂସାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ପ୍ରତି ବୁଥ୍ ଉପରେ କଡ଼ା ନଜର ରଖାଯାଇଛି । ଅନେକ ସ୍ଥାନରେ ଭ୍ରାମ୍ୟମାଣ ପୋଲିସ ଟିମ୍ ମଧ୍ୟ ନିୟୋଜିତ ହୋଇଛନ୍ତି । ସେହିପରି ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ ପାଇଁ ଶେଷ ପର୍ଯ୍ୟାୟ ମତଦାନ । ହାତରେ ଆଉ କମ ସମୟ ଥିବାରୁ ପ୍ରଚାରକୁ ଜୋରଦାର କରିଛନ୍ତି ପ୍ରାର୍ଥୀ । ଘରକୁ ଘର ବୁଲି ନିଜ ସମର୍ଥନରେ ଭୋଟ ହାତେଇବାକୁ ଉଦ୍ୟମ କରୁଛନ୍ତି ପ୍ରାର୍ଥୀ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: