୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ପ୍ରିଜମ ନ୍ୟୁଜ ବ୍ୟୁରୋ: ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ଜଣେ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ରହିଛନ୍ତି। ଏମାନଙ୍କ ମଧ୍ୟରୁ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି, ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇବା ଜନସ୍ବାର୍ଥର ପରିପନ୍ଥୀ । ସେହିପରି ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନୁହେଁ। ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ବବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ବାର୍ଥ ବିରୋଧୀ। ଏକ୍ଜିକ୍ୟୁଟିଭ ଇଞ୍ଜିନିୟର କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ। ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକ ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ଏମାନଙ୍କୁ ବାଧ୍ଯତାମୂଳକ ଅବସର ଦିଆଯାଇଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: