୭ ଯାଏଁ ଝଡ଼ ବର୍ଷା

୭ ଯାଏଁ ଝଡ଼ ବର୍ଷା

ପ୍ରିଜମ ନ୍ୟୁଜ ବ୍ୟୁରୋ: ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୭ ତାରିଖ ଯାଏ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୬ ତାରିଖରେ କନ୍ଧମାଳ, କଳାହାଣ୍ଡି, ରାୟଗଡା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: