ଆହୁରି ୫ ଦିନ ବର୍ଷିବ, ସୋମବାର ୧୪ ଜିଲ୍ଲାରେ ପ୍ରବଳ ବର୍ଷା

ଆହୁରି ୫ ଦିନ ବର୍ଷିବ, ସୋମବାର ୧୪ ଜିଲ୍ଲାରେ ପ୍ରବଳ ବର୍ଷା

ପ୍ରିଜମ ନ୍ୟୁଜ ବ୍ୟୁରୋ: ଲଘୁଚାପ ପାଇଁ ରାଜ୍ୟରେ ଲାଗି ରହିଛି ବର୍ଷା। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଜଣା ପଡିଛି। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୋରପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କାନ୍ଧମାଳ, ବୌଦ୍ଧ. ଅନୁଗୁଳ, କଟକ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ପ୍ରଭୃତି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଏବଂ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: