ଆଜି ଭାରତ – ଦକ୍ଷିଣ ଆଫ୍ରିକା ଲଢେଇ

ଆଜି ଭାରତ – ଦକ୍ଷିଣ ଆଫ୍ରିକା ଲଢେଇ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଦୀର୍ଘ ଅଢ଼େଇ ବର୍ଷ ବ୍ୟବଧ୍ୟାନ ପରେ ପୁଣି ବାରବାଟୀରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍। ଚଳିତ ୫ଟିକିଆ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳିବାକୁ ସେମାନେ ଏଠାରେ ପଡ଼ିଆକୁ ଓହ୍ଲାଇବେ। ଏହି ମ୍ୟାଚ୍‌କୁ ନେଇ ରାଜ୍ୟର କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖିବାକୁ ମିଳିଛି।ସିରିଜ୍‌ର ପ୍ରଥମ ମ୍ୟାଚ୍ ଭାରତ ହାରିଥିଲା। ବାରବାଟୀରେ ମ୍ୟାଚ୍ ଜିତି ଦଳ ସିରିଜ୍‌କୁ ସମାନ ସ୍ଥିତିକୁ ଆଣିବାକୁ ଲକ୍ଷ୍ୟ ରଖିଛି।

ଗତକାଲି ବାରବାଟୀରେ ଅଭ୍ୟାସ କରିବା ପୂର୍ବରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର କୁମାର ମଧ୍ୟ ଏହି କଥା କହିଥିଲେ। ସେ କହିଥିଲେ ଯେ ପ୍ରଥମ ମ୍ୟାଚ୍‌ରେ ଦଳ ଭଲ ବୋଲିଂ କରି ନଥିବାରୁ ହାରିଲା। ଏଥର ବ୍ୟାଟିଂ ସହ ଭଲ ବୋଲିଂ କରି ଦଳ ବିଜୟ ଧାରାକୁ ଫେରିବ ଓ ସିରିଜ୍‌କୁ ବରାବର ସ୍ଥିତିକୁ ଆଣିବ।ଅନ୍ୟପକ୍ଷରେ ସାଉଥ୍ ଆଫ୍ରିକା ତା’ର ବିଜୟ ଅଭିଯାନକୁ ଜାରି ରଖିବାକୁ ପ୍ରୟାସ କରିବ। ତେଣୁ ବାରବାଟୀରେ ଆଜି ଦୁଇ ଦଳ ଭିତରେ ଦମ୍‌ଦାର ଟକ୍କର ହେବ ବୋଲି ଆଶା କରୁଛନ୍ତି କ୍ରିକେଟ୍ ପ୍ରେମୀ। ଗତକାଲି ଦୁଇ ଦଳର ଖେଳାଳି ବାରବାଟୀ ଯାଇ ପଡ଼ିଆରେ ବେଶ୍ କିଛି ସମୟ ଅଭ୍ୟାସ କରିଥିଲେ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: