କରୋନାରେ ସଂକ୍ରମିତ ସୁର ରାଉତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କରୋନାରେ ସଂକ୍ରମିତ ସୁର ରାଉତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ମହାମାରୀ କରୋନାରେ ସଂକ୍ରମିତ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି କରୋନାରେ ସଂକ୍ରମିତ ହୋଇଥିଲେ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ଏହି ଖବର ଜଣାପଡ଼ିବା ପରେ ସୁରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୋସିଆଲ ମିଡିଆରେ ଏନେଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ କୋଭିଡ ସଂକ୍ରମିତ ହୋଇଥିବା ନେଇ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

ଏହା ସହ କରୋନାରେ ଆକ୍ରାନ୍ତ ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶୀଘ୍ର ସୁସ୍ଥତା କାମନା ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଟ୍ୱିଟରରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଆନ୍ଧ୍ରପ୍ରଦେଶର ମାନ୍ୟବର ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ଵଭୂଷଣ ହରିଚନ୍ଦନ କୋଭିଡ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: