ଝାରସୁଗୁଡ଼ା ଉପନିର୍ବାଚନ: ନବଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ

ଝାରସୁଗୁଡ଼ା ଉପନିର୍ବାଚନ: ନବଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ

ପ୍ରିଜମ ନ୍ୟୁଜ ବ୍ୟୁର: ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଳି ଦାସ ହେଲେ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ। ଦୀପାଳି ଦାସଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ହେଉଛନ୍ତି ଦୀପାଳି। ନବକିଶୋରଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଛି। ତେବେ ପୂର୍ବରୁ ମଧ୍ୟ ଦୀପାଳିଙ୍କୁ ଟିକେଟ ମିଳିବା ନେଇ ଚର୍ଚ୍ଚା ହେଉଥିଲା। ତେବେ କଂଗ୍ରେସ ଓ ବିଜେପି କାହାକୁ ପ୍ରାର୍ଥୀ କରିବେ ତାହା ନେଇ ସମସ୍ତଙ୍କ ଅପେକ୍ଷା। ତେବେ ଦୁଇ ମାସରୁ ଅଧିକ ସମୟ ବିତି ଯାଇଥିଲେ ମଧ୍ୟ ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ପଛର କାରଣ ସ୍ପଷ୍ଟ ହୋଇ ନାହିଁ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: