ଗଡ଼ିଲା ଲିଙ୍ଗରାଜଙ୍କ ରୁକୁଣା ରଥ

ଗଡ଼ିଲା ଲିଙ୍ଗରାଜଙ୍କ ରୁକୁଣା ରଥ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆରମ୍ଭ ହୋଇଗଲାଣି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଟଣା। ଅପରାହ୍ଣ ସାଢ଼େ ୩ଟାରୁ ରଥ ଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଥିଲା। ଭୋର୍‌ ୫ଟାରେ ଠାକୁରଙ୍କ ଆଳତି ଅବକାଶ ନୀତି ସମ୍ପନ୍ନ ହେବା ପରେ ସାଢ଼େ ୫ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ହୋଇଛି । ଏହାପରେ ରୋଷହୋମ, ପାକକାର୍ଯ୍ୟ ସମ୍ପନ୍ନ ହୋଇ ଛାମୁ ପରିଷ୍କାର ହୋଇଛି । ସକାଳ ୭ଟାରୁ ୮ଟା ଭିତରେ ମହାସ୍ନାନ, ବେଶ, ଦ୍ୱାରପାଳ ଓ ସୂର୍ଯ୍ୟଦେବଙ୍କ ପୂଜା ବିଧି କରାଯାଇଛି । ।ଶ୍ରୀଜିଉଙ୍କ ବଲ୍ଲଭ, ମା’ ଗୋପାଳୁଣୀ ଠାକୁରାଣୀଙ୍କ ବଲ୍ଲଭ ଆଦି ସମାପନ ହେବା ପରେ ପୂର୍ବାହ୍ନ ୯ଟା ୧୫ ସୁଦ୍ଧା ସକାଳ ଧୂପ ନୀତି ହୋଇଛି ।ଭୋଗ ମଣ୍ଡପ ନୀତି ୯ଟା ୪୫ରେ ଆରମ୍ଭ ହୋଇ ଘଣ୍ଟାକ ଭିତରେ ସେବାୟତଗଣ ଏହା ସାରିବେ । ଏହାପରେ ଅନ୍ୟାନ୍ୟ ପୂଜାନୀତି ବିଧିମତେ ସମ୍ପନ୍ନ ହୋଇ ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ମଧ୍ୟରେ ମହାପ୍ରଭୁଙ୍କ ଯାତ୍ରା ପୂଜା ସମାପନ ହେବ । ସାଢ଼େ ୧୨ଟାରୁ ସାଢ଼େ ୧ଟା ମଧ୍ୟରେ ମହାପ୍ରଭୁ ରଥକୁ ପହଣ୍ଡି ବିଜେ କରିବେ ।ରଥ ବିଜେସ୍ଥଳୀରେ ଠାକୁରଙ୍କ ପୂଜାର୍ଚ୍ଚନା ନୀତି କାର୍ଯ୍ୟ ଦୁଇ ଘଣ୍ଟା ମଧ୍ୟରେ ସାରି ରଥ ଟଣା ପ୍ରସ୍ତୁତି ଆରମ୍ଭ ହେବ। ଚାର ଖୋଲା ହୋଇ ସାଢ଼େ ୩ଟାରୁ ରଥ ମାଉସୀ ମା’ ଅଭିମୁଖେ ଗଡ଼ିଛି। ରାମେଶ୍ୱର ମନ୍ଦିରରେ ରଥ ଲାଗିବା ପରେ ଠାକୁର ବିଜେ କରି ସାଢ଼େ ୭ଟାରେ ଅନ୍ୟାନ ନୀତି କରାଯିବ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: