ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ପ୍ରିଜମ୍ ନ୍ୟୁଜ୍ ବ୍ୟୁରୋ: ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ଏନେଇ ସୂଚନା ଦେଇଛନ୍ତି। ଫଳାଫଳ ଘୋଷଣା ବେଳେ କୋଭିଡ଼୍ ନିୟମ ପାଳନ ହେବ। ଅନଲାଇନରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ବୋର୍ଡର ୨ଟି ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ହୋଇଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହୋଇଥିଲା। ଏବର୍ଷ ୨ ହଜାର ୮ଶହ ୮୮ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Leave a Reply

Your email address will not be published. Required fields are marked *