ମୁଲାୟମ ସିଂହ ଯାଦବଙ୍କ ଦେହାନ୍ତ, ୟୁପିରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ

ମୁଲାୟମ ସିଂହ ଯାଦବଙ୍କ ଦେହାନ୍ତ, ୟୁପିରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ

ପ୍ରିଜମ ନ୍ୟୁଜ ବ୍ୟୁରୋ:ଜୀବନ ଯୁଦ୍ଧରେ ହାରିଗଲେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ମେଦାନ୍ତ ହସ୍ପିଟାଲରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ୟୁରିନ ସଂକ୍ରମଣ, ରକ୍ତଚାପ ସମସ୍ୟା ଏବଂ ନିଶ୍ୱାସ ନେବାରେ ଅସୁବିଧା ହେତୁ ମୁଲାୟମ ସିଂ ଯାଦବଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା । ଗତ ୧୦ ଦିନ ଧରି ସେ ଚିକିତ୍ସିତ ହେଉଥିଲେ । ଗତ କିଛିଦିନ ହେବ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ବିଗିଡିବାରୁ ଆଇସିୟୁ ଲାଇଫ ସପୋର୍ଟ ସିଷ୍ଟମରେ ଚାଲିଥିଲା ଚିକିତ୍ସା । ସୋମବାର ସକାଳ ପ୍ରାୟ ସାଢେ ୮ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ମୁଲାୟମ ସିଂ। ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ତାଙ୍କ ସମର୍ଥକ ତଥା ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ଉତ୍ତରପ୍ରଦେଶରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏ ନେଇ ଘୋଷଣା କରିଛନ୍ତି । ରାଷ୍ଟ୍ରୀୟ ସମ୍ମାନର ସହ ମୁଲାୟମ ସିଂ ଯାଦବଙ୍କ ଅନ୍ତିମ ସଂସ୍କାର ହେବ । ସେ ୩ ଥର ମୁଖ୍ୟମନ୍ତ୍ରୀ ହେବା ସହ ୭ ଥର ସଂସଦକୁ ମୁଲାୟମ ନିର୍ବାଚିତ ହୋଇଥିଲେ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: