ସୁସ୍ଥ ହେଉଛନ୍ତି ମହାପ୍ରଭୁ, ଆସନ୍ତା କାଲି ନବଯୌବନ ଦର୍ଶନ

ସୁସ୍ଥ ହେଉଛନ୍ତି ମହାପ୍ରଭୁ, ଆସନ୍ତା କାଲି ନବଯୌବନ ଦର୍ଶନ

ପ୍ରିଜମ ନ୍ୟୁଜ ବ୍ୟୁରୋ:ସୁସ୍ଥ ହେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆସନ୍ତା କାଲି ଅଣସର ଗୃହରୁ ବାହାରୁ ନବଯୌବନ ଦର୍ଶନ ଦେବେ ମହାପ୍ରଭୁ । ତେବେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ । ଏହା ପରେ ସକାଳ ୯ଟାରୁ ୧୦ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ ହେବ ।ସେହିପରି ଦିନ ୨ଟାରୁ ୩ଟା, ସଂଧ୍ୟା ୬ଟାରୁ ୬ଟା ୩୦ ଯାଏଁ ଏବଂ ରାତି ୯ଟାରୁ ୧୦ଟା ୩୦ ଓ ରାତି ସାଢ଼େ ୧୧ରୁ ସାଢ଼େ ୧୨ ଯାଏ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଅନ୍ୟପଟେ ବିଶେଷ ନୀତି ପାଇଁ ସକାଳ ସାଢ଼େ ୧୦ରୁ ଦିନ ୨ଟା, ୩ଟାରୁ ୬ଟା ଓ ସାଢ଼େ ୬ଟାରୁ ରାତି ୯ଟା ଓ ରାତି ସାଢ଼େ ୧୦ରୁ ସାଢ଼େ ୧୧ ସାଧାରଣ ଦର୍ଶନ ବନ୍ଦ ରହିବ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: