କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍ ଚିହ୍ନଟ: ଏହି ମେଡିକାଲରେ ହେଲେ ଭର୍ତ୍ତି….

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍ ଚିହ୍ନଟ: ଏହି ମେଡିକାଲରେ ହେଲେ ଭର୍ତ୍ତି….

ପ୍ରିଜମ ନ୍ୟୁଜ ବ୍ୟୁରୋ: କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ନିଜେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଲକ୍ଷଣ ଦେଖାଦେବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ କୋଭିଡ ଟେଷ୍ଟ କରାଇଥିଲେ ଧର୍ମେନ୍ଦ୍ର ପ୍ରଧାନ । ଆଉ ଟେଷ୍ଟ ରିପୋର୍ଟ ପରେ ସେ ପଜିଟିଭ୍ ଥିବା ଜଣାପଡ଼ିଛି । ଏନେଇ ନିଜ ଅଫିସିଆଲ ଟ୍ୱିଟର ପେଜ୍ ରେ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମିଳିଥିବା ଖବର ଅନୁସାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହରିୟାଣା ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କିଛି ସହଯୋଗୀଙ୍କ ରିପୋର୍ଟ କୋରାନା ପଜେଟିଭ ଆସିବା ପରେ ନିଜେ କ୍ୱାରେଣ୍ଟାଇନରେ ଥିଲେ। ଏମିତି କି କ୍ୟାବିନେଟ୍ ମିଟିଂରେ ବି ଯୋଗ ଦେଇନଥିଲେ । ଆଉ ବର୍ତ୍ତମାନ ସେ କରୋନା ପଜିଟିଭ୍ ରେ ଆକ୍ରାନ୍ତ ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ତାଙ୍କ ସମର୍ଥକ, ପ୍ରଶଂସକ ଏବଂ ଦଳୀୟ ନେତା ଓ କର୍ମୀ । ସୂଚନା ଥାଉ କି ଏହା ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ସମାନ ଭାବେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ । ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ମଧ୍ୟ ନିଜର କରୋନା ପରୀକ୍ଷା କରାଇନିଅନ୍ତୁ ବୋଲି ସାମାଜିକ ଗଣମାଧ୍ୟମ ଜରିଆରେ ନିବେଦନ କରିଥିଲେ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: