କରମୁକ୍ତ ହେଲା ‘ଦମନ’

କରମୁକ୍ତ ହେଲା ‘ଦମନ’

ପ୍ରିଜମ ନ୍ୟୁଜ ବ୍ୟୁରୋ: ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ ଦମନ ‘ ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ ଏବିଷୟରେ ସୂଚନା ଦେବା ସହ ଲେଖିଛନ୍ତି ଯେ, ସ୍ୱାସ୍ଥ୍ୟ ବିଭାଗ ସହିତ ସମସ୍ତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବ ପକାଇବ। ଏଥିସହ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ ପାଇଁ ସରକାରଙ୍କ ସମସ୍ତ ବିଭାଗ ସମନ୍ଵୟ ରଖି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ କରିଛନ୍ତି।

ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ରହିଛି। ବର୍ତ୍ତମାନ ଓଡ଼ିଆ ସିନେମା ସଙ୍ଗୀନ ଅବସ୍ଥାରେ ରହିଥିବା ବେଳେ ଦମନ ଭେଳା ପାର କରିବ ବୋଲି ଆଶା କରାଯାଉଛି। ଫିଲ୍ମଟି କେବଳ ଓଡ଼ିଶା ନୁହେଁ ରାଜ୍ୟ ବାହାରେ ମଧ୍ୟ ରିଲଜ ହେବା ସହ ଭଲ ଆୟ କରୁଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଓଡ଼ିଆ ସିନେ ଦୁନିଆ ସହ ଜଡ଼ିତ ଲୋକ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: