NEET ଓ JEE ସ୍ଥଗିତ ରଖିବାକୁ ମୋଦିଙ୍କୁ କହିଲେ ନବୀନ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: NEET ଓ JEE ସ୍ଥଗିତ ରଖିବା ନେଇ ଟେଲିଫୋନ୍ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। NEETଓ JEE ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନବୀନ ଅନୁରୋଧ କରିଛନ୍ତି। କୋଭିଡ୍ ସ୍ଥିତି ସହ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ପରୀକ୍ଷା ଦେବାରେ ଛାତ୍ରଛାତ୍ରୀ ନାନା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହା ପୂର୍ବରୁ NEET ଓ JEE ସ୍ଥଗିତ ରଖିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ ।

Leave a Reply

Your email address will not be published. Required fields are marked *