ଆରମ୍ଭ ହେଲା ନାମାଙ୍କନ ଦାଖଲ ପ୍ରକ୍ରିୟା

ଆରମ୍ଭ ହେଲା ନାମାଙ୍କନ ଦାଖଲ ପ୍ରକ୍ରିୟା

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆରମ୍ଭ ହେଲା ନାମାଙ୍କନ ଦାଖଲ। ପୌର ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇ ୭ ତାରିଖ ଯାଏ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିପାରିବେ । ୯ ତାରିଖ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୪ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ୨୬ରେ କାଉଣ୍ଟିଂ ପରେ ପ୍ରକାଶ ପାଇବ ରେଜଲ୍ଟ । ୧୦୬ ଏନଏସି/ମ୍ୟୁନିସିପାଲିଟି ଓ ୩ଟି ମହାନଗରରେ ନିର୍ବାଚନ ହେବ । ଏଥର ଭୋଟିଂ ପାଇଁ ଇଭିଏମ୍ ବ୍ୟବହାର କରାଯିବ । ପ୍ରତି ବୁଥରେ ୨ଟି ଇଭିଏମ୍ ରହିବ । ଗୋଟିଏ ଇଭିଏମରେ ମେୟର କିମ୍ବା ପୌରାଧ୍ୟକ୍ଷଙ୍କୁ ଭୋଟ ଦେଇ ହେବ । ସେହିପରି ଦ୍ୱିତୀୟ ଇଭିଏମରେ କାଉନସିଲର କିମ୍ବା କର୍ପୋରେଟରଙ୍କୁ ଭୋଟ୍ ଦେଇହେବ । ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ । ମେୟର ଓ ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ ।ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ, ୮ରେ ଡେପୁଟି ମେୟର ନିର୍ବାଚନ ହେବ । ସାଢେ ତିନି ବର୍ଷ ବିଳମ୍ବରେ ହେବ ପୌର ନିର୍ବାଚନ । ହାତରେ କମ୍ ସମୟ ଥିବାରୁ ପ୍ରାର୍ଥୀ ଚୟନରେ ମାତିଛନ୍ତି ରାଜନୈତିକ ଦଳ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: