ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’

ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’

ପ୍ରିଜମ ନ୍ୟୁଜ ବ୍ୟୁରୋ:ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢିଛି ଓଡ଼ିଶା । ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ଆଜି ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଯୋଜନାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପାନ୍ତ ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା । ଆଜି ସକାଳେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣ କରିଥିଲା।ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ବାୟୁ ସ୍ବାସ୍ଥ୍ୟ ସେବାରେ ସାମିଲ କରାଯାଇଛି । ଆଜି ଏସସିବିରୁ ଏକ ଡାକ୍ତର ଟିମ ମାଲକାନଗିରିକୁ ଯାଇଛନ୍ତି । ଯେଉଁ ଜିଲ୍ଲାରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ, ସେଠାକୁ ବିମାନ ମାଧ୍ୟମରେ ସ୍ପେସାଲିଷ୍ଟ ଡାକ୍ତର ଯାଇ ରୋଗୀଙ୍କ ଚିକିତ୍ସା କରିବେ । ଆଗକୁ ଅନ୍ୟ ଜିଲ୍ଲା ଗୁଡିକୁ ଏହି ଯୋଜନାରେ ସାମିଲ କରାଯିବ । ଉପାନ୍ତ ଅଞ୍ଚଳ ଗୁଡ଼ିକରେ ଗୁରୁତର ରୋଗୀଙ୍କୁ ତୁରନ୍ତ ଏବଂ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଏହି ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ତେବେ ସାଧାରଣ ଲୋକଙ୍କ ପାଖରେ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଏହା ଏକ ଅଭିନବ ପ୍ରୟାସ କହିଲେ ଭୁଲ ହେବନି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: