ମମିତା ମେହେର ହତ୍ୟା ମାମଲା: ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ

ମମିତା ମେହେର ହତ୍ୟା ମାମଲା: ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ

ପ୍ରିଜମ ନ୍ୟୁଜ ବ୍ୟୁରୋ: କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକୁ ନେଇ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ । ଘଟଣାକୁ ପାଖାପାଖି ଦୁଇ ମାସ ବିତିଥିବାବେଳେ ଶେଷରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ତିନିଦିନ ଧରି ଗୃହର ଶୀତ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ମମିତା ମେହେର ହତ୍ୟା ଘଟଣାକୁ ନେଇ ବିରୋଧୀ ହୋହାଲ୍ଲା କରିଥିବା ବେଳେ ଗୃହ ବାରମ୍ବାର ମୁଲତବୀ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ବିବୃତି ନେଇ ବାରମ୍ବାର ଦାବି କରି ଆସୁଥିଲେ ବିରୋଧୀ । ତେବେ ଆଜି ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଘଟଣାକୁ ଯେଉଁ ଭଳି ଭାବରେ ରାଜନୀତି କରଣ କରାଯାଉଛି, ତାହା ତାଙ୍କୁ ବ୍ୟଥିତ କରୁଛି । ପରିବାର ଲୋକଙ୍କ ନିବେଦନ ସତ୍ତ୍ୱେ ରାଜନୀତିକରଣ ଚାଲୁ ରହିଛି । ମହିଳା ଓ ସମ୍ବେଦନଶୀଳ ବର୍ଗଙ୍କୁ ନ୍ୟାୟ ଦେବା ପାଇଁ ସେ ସର୍ବଦା ଚେଷ୍ଟାରତ। ବିନା ଭୟ ଓ ଦ୍ୱନ୍ଦ୍ୱରେ ପୁଲିସ ତଦନ୍ତ କରିବାକୁ ପୋଲିସକୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରମାଣକୁ ନେଇ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି। ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।ଆଇନ ତା ବାଟରେ ଯିବ, ଏଭଳି ଜଘନ୍ୟ ହତ୍ୟାକାଣ୍ଡରେ ଯିଏ ଦୋଷୀ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ”ସୂଚନା ଯୋଗ୍ୟ ଯେ, ପୂର୍ବରୁ ଅବସରପ୍ରାପ୍ତ ଜିଲ୍ଲା ଜଜ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ ବୋଲି ସୂଚନା ଜାରି ହୋଇଥିଲା । ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର। ନ୍ୟାୟିକ ତତ୍ତ୍ୱାବଧାନରେ ତଦନ୍ତ ପ୍ରକ୍ରିୟା ଚାଲିଛି, ନ୍ୟାୟ ବ୍ୟବସ୍ଥା ପ୍ରତି ଆସ୍ଥା ରହୁ ବୋଲି କହିଥିଲେ । ସନ୍‌ସାଇନ୍‌ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହରଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପୁଲିସ୍‌ ଗୋବିନ୍ଦ ସାହୁ ଓ ତାଙ୍କ ସହଯୋଗୀ ରାଧେକୁ ଗିରଫ କରିଛି। ତେବେ ଏହି ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ବିରୋଧୀ କଂଗ୍ରେସ ଓ ବିଜେପି ବିଭିନ୍ନ ଉପାୟରେ ବିରୋଧ ପ୍ରଦର୍ଶନ କରୁଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: