ଏମିତି ହେଲା ଦୁର୍ଘଟଣା: ୬ ମୃତ ୮ ଗୁରୁତର

ଏମିତି ହେଲା ଦୁର୍ଘଟଣା: ୬ ମୃତ ୮ ଗୁରୁତର

ପ୍ରିଜମ ନ୍ୟୁଜ ବ୍ୟୁରୋ: ବସକୁ ପଛର ପିଟିଲା କୋଇଲା ବୋଝେଇ ଟ୍ରକ୍, ଧକ୍କା ହୋଇ ଓଲଟିଲା ବସ୍ । ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି । ଏଥି ସହିତ ୧୦ରୁ ୧୫ ଜଣ ସାମାନ୍ୟ ଆହତ ହୋଇଛନ୍ତି  । ବାଲେଶ୍ବର ଜିଲ୍ଲା ୧୬ ନଂ ଜାତୀୟ ରାଜପଥର ବିଦୁ ଛକ ନିକଟରେ ବସ୍ ପଛରୁ କୋଇଲା ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ଏପରି ଦୁର୍ଘଟଣା ଘଟିଛି । ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ଖବର ଅନୁଯାୟୀ, ମୟୁରଭଞ୍ଜର ଉଦଳାରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ଘରୋଇ ବସ୍ ଶାନ୍ତିଲତା ବିଦୁ ଛକ ନିକଟରେ ଠିଆ ହୋଇଥିବା ବେଳେ ପଛରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଫଳରେ ବସ୍‌ଟି ଭାରସାମ୍ୟ ହରାଇ ୨୦ ଫୁଟ୍ ତଳକୁ ଓଲଟି ପଡିଥିଲା । ବସରେ ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ରହିଥିଲେ । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଦୁଇ ନାବାଳିକା ୧ ବର୍ଷର ଶିଶୁ, ଜଣେ ମହିଳା ଓ ଦୁଇ ପୁରୁଷ ଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ସୋର ଦମକଳ ବାହିନୀ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ ମଧ୍ୟ କରିଥିଲା । ଆହତମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଯାଉଛି।ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଘଟଣାସ୍ଥଳରେ ପହଞ୍ଚି ରାତିରେ ମୃତକ ଶବ ବ୍ୟବଛେଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l ତେବେ ସୋରୋ ବସ୍ ଦୁର୍ଘଟଣାରେ ମୃତକଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ଦୁଃଖ ପ୍ରକାଶ କରିଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: