ବାତ୍ଯା ଓ ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁରୀ

ବାତ୍ଯା ଓ ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁରୀ

ପ୍ରିଜମ ନ୍ୟୁଜ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ,୯୮ କୋଟି ଟଙ୍କା ବ୍ୟୟରେ ଅଧିକ ୫୫ ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି । ତଦନୁଯାୟୀ ଚଳିତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟୟରେ ୨୯.୩୬ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯୟ ସମୟରେ ଏହି ଆଶ୍ରୟ ସ୍ଥଳୀ ଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି।

ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଆଉ ୨୯.୩୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: