ଅଙ୍ଗନବାଡି କର୍ମୀଙ୍କ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ରାଜ୍ୟର ୧ ଲକ୍ଷ ୩୦ ହଜାର କର୍ମୀ

ଅଙ୍ଗନବାଡି କର୍ମୀଙ୍କ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ରାଜ୍ୟର ୧ ଲକ୍ଷ ୩୦ ହଜାର କର୍ମୀ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଅଙ୍ଗନବାଡି କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡି କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରୁଛନ୍ତି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ଏହି ଘୋଷଣା ଅନୁଯାୟୀ ଅଙ୍ଗନବାଡି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ। ସେହିପରି ମିନି ଅଙ୍ଗନବାଡି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଅଙ୍ଗନବାଡୀ ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହି ନୂତନ ପ୍ରୋତ୍ସାହନ ରାଶି ପିଛଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ୱାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ୱାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡି କର୍ମୀ ଉପକୃତ ହେବେ ।

ଏହାସହ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି (Paid Medical Leave) ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଅଙ୍ଗନବାଡି ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହୋଇଥାନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: