ଆସନ୍ତା କାଲି ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା

ଆସନ୍ତା କାଲି ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା

ପ୍ରିଜମ ନ୍ୟୁଜ ବ୍ୟୁରୋ:ରାଜ୍ୟର ଅନ୍ୟାନ୍ୟ ଦିଗ ସହ ସ୍ବାସ୍ଥ୍ୟ ସେବାକୁ ଅଧିକ ଗୁରୁତ୍ଵ ଦେଉଛନ୍ତି ରାଜ୍ୟ ସରକାର। ଗରିବ ଲୋକଙ୍କୁ ଉନ୍ନତ ଓ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିବା ବେଳେ ଏବେ ଉପାନ୍ତ ଅଞ୍ଚଳରେ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିବେ । ଗୁରୁତର ରୋଗୀଙ୍କ ଏୟାରଲିଫଟିଂ ବ୍ୟବସ୍ଥା କରିବା ଏହି ସେବାର ଉଦ୍ଦେଶ୍ୟ । ଗୁରୁତର ରୋଗୀଙ୍କ ନିକଟରେ ହେଲକପ୍ଟରରେ ପହଞ୍ଚିବେ ଡାକ୍ତରୀ ଦଳ । ଯୋଜନାର ପ୍ରଥମ ପର୍ଯ୍ୟାୟରେ ୫ଟି ଜିଲ୍ଲାର ରୋଗୀଙ୍କ ଚିକିତ୍ସା ପାଇଁ ଏହି ସେବା ଆରମ୍ଭ ହେବ । ଗୁରୁତର ରୋଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏୟାରଲିଫ୍ଟ କରାଯାଇ ଭୁବନେଶ୍ୱର ବା ଅନ୍ୟ ସହରକୁ ନିଆଯିବ । ଏହି ଜିଲ୍ଲାଗୁଡ଼ିକ ହେଉଛି କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା। ଏନେଇ ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି।ସେହିପରି ଆସନ୍ତାକାଲି T ସେତୁର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ବ୍ରିଜର ଲମ୍ବ ୩୧୦୦ ମିଟରରୁ ଅଧିକ। ୧୩୨ କୋଟି ଟଙ୍କା ବ୍ୟୟରେ ଏହି ସେତୁ ନିର୍ମାଣ କରାଯାଇଛି।ଏହି ବ୍ରିଜ ଦ୍ୱାରା ବଡମ୍ବା-ନରସିଂହପୁରରୁ ଭୁବନେଶ୍ୱର ଆସିବା ଦୂରତା ପ୍ରାୟ ୫୦ କିଲୋମିଟର କମିଯିବ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: