ପ୍ରିଜମ ନ୍ୟୁଜ ବ୍ୟୁରୋ: ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା।ଉପକୃତ ହେବେ ୩୩,୦୩୮ ଶିକ୍ଷକ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନ କରୁଥିବା କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା ଲାଗୁ ହେବ । ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ବ୍ୟୟ କରିବେ ବୋଲି ଜଣା ପଡ଼ିଛି। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଓ ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।
0 Comments