ଚାକିରିରୁ ବିଦା ହେଲେ ବିନୋଦ କୁମାର

ଚାକିରିରୁ ବିଦା ହେଲେ ବିନୋଦ କୁମାର

ପ୍ରିଜିମ ନ୍ୟୁଜ ବ୍ୟୁରୋ: ଆଇଏଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାରଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି । ତାଙ୍କୁ ଚାକିରିରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବରେ କେନ୍ଦ୍ର ସରକାର ମଧ୍ଯ ସମ୍ମତି ଜଣାଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ସେ ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ମହାବାତ୍ୟା ପରେ ପରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ପ୍ରଦାନ କରି ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଞ୍ଜୁର କରିଥିଲେ । ତାଙ୍କ ବିରୋଧରେ ୨୭ଟି ଭିଜିଲାନ୍‌ସ କେସ୍‌ ଦାୟର କରାଯାଇଥିଲା । ସେଥିରୁ ଦୁଇଟି କେସ୍‌ରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: