ରାଜ୍ୟ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ପ୍ରିଜମ ନ୍ୟୁଜ ବ୍ୟୁରୋ: ନୂଆ ବର୍ଷ ପୂର୍ବରୁ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪%ବୃଦ୍ଧି କରିଛନ୍ତି ସରକାର। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୨୦୨୨ ଜୁଲାଇ ୧ରୁ ପିଛିଲା ଭାବରେ ଲାଗୁ ହେବ।ସେହିପରି ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୪% ବୃଦ୍ଧି କରାଯାଇଛି ବୋଲି ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ଗତ ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩%ବୃଦ୍ଧି କରିଥିଲେ। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଥିଲା।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: