ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯୁବ ସାମ୍ବାଦିକଙ୍କ ମୃତ୍ୟୁ

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯୁବ ସାମ୍ବାଦିକଙ୍କ ମୃତ୍ୟୁ

ପ୍ରିଜମ୍‌ ନ୍ୟୁଜ୍‌ ବ୍ୟୁରୋ: ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କର ମୃତ୍ୟୁ। ସାମ୍ବାଦିକ ଜଣଙ୍କ ହେଉଛନ୍ତି ରୋହିତ୍‌ ବିଶ୍ୱାଳ। ସେ କଳାହାଣ୍ଡି ଜିଲା ମଦନପୁର ରାମପୁରରେ ଧରିତ୍ରୀର ରିପୋର୍ଟର ହିସାବରେ କାମ କରୁଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଧିବାସୀ, ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖପ୍ରକାଶ କରିଛନ୍ତି। ସେ କହିଛନ୍ତି, ମାଓବାଦୀଙ୍କ ଦ୍ୱାରା ବିଛାଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ କଳାହାଣ୍ଡିର ଯୁବ ଖବରଦାତା ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ନେଇ ସେ ଦୁଃଖିତ। ଏଥିସହିତ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ୱାଳଙ୍କ ପରିବାର ପାଇଁ ୧୩ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ରାଜ୍ୟ ପୋଲିସ ପକ୍ଷରୁ ୯ ଲକ୍ଷ ଓ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ତୁରନ୍ତ ମୃତ ସାମ୍ବାଦିକଙ୍କ ପରିବାରକୁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: