ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ, ଭାବବିହ୍ଵଳ ଶୋକବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ, ଭାବବିହ୍ଵଳ ଶୋକବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ପ୍ରିଜମ ନ୍ୟୁଜ ବ୍ୟୁରୋ: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କର ଦେହାନ୍ତ । ୬୧ ବର୍ଷରେ ତାଙ୍କର ମୃତ୍ୟୁ ହୋଇଛି। ଆଜି ପୂର୍ବାହ୍ନରେ ବ୍ରଜରାଜନଗରରେ ନିଜ ଝିଅ ଦୀପାଳି ଦାସଙ୍କ ଏକ କାର୍ଯ୍ୟକ୍ରମକୁ ଉଦଘାଟନ କରିବାକୁ ଯାଉଥିବା ବେଳେ ତାଙ୍କୁ ଗୁଳିମାଡ ହୋଇଥିଲା । ନବ ଦାସଙ୍କ ବାମ ଛାତିରେ ଗୁଳି ଲାଗିଥିଲା । ସଂଗେ ସଂଗେ ଚିକିତ୍ସା ପାଇଁ ତାଙ୍କୁ ଝାରସୁଗୁଡା ଜିଲ୍ଲା ହସପିଟାଲକୁ ନିଆଯାଇଥିଲା । ସ୍ଥିତି ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏକ ଘରୋଇ ହସପିଟାଲକୁ ଏୟାରଲିପ୍ଟ ଯୋଗେ ନିଆଯାଇଥିଲା । ସେଠାରେ ତାଙ୍କୁ ଗୋଟିଏ ସ୍ଵତନ୍ତ୍ର ଡାକ୍ତରୀ ଟିମ୍ ଚିକିତ୍ସା କରିଥିଲେ। ତେବେ ଡ଼ାକ୍ତରଙ୍କ ସବୁ ଚେଷ୍ଟା ବିଫଳ ହୋଇଯାଇଥିଲା। ସନ୍ଧ୍ୟାରେ ଡାକ୍ତର ଟିମ୍ ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନବ ଦାସଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ ଗଭୀର ମର୍ମାହତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ସ୍ବର୍ଗତ ଶ୍ରୀ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନବ ଦାସ ଉଭୟ ସରକାର ଓ ଦଳ ପାଇଁ ମୂଲ୍ୟବାନ ଥିଲେ। ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରମାନେ ବହୁ ଚେଷ୍ଟା କରିଥିଲେ। କିନ୍ତୁ ସବୁ ଚେଷ୍ଟା ସତ୍ତ୍ବେ ମେଡିକାଲ ବିଶେଷଜ୍ଞ ଟିମ୍‌ ତାଙ୍କୁ ବଞ୍ଚାଇ ପାରି ନଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଥିବା ସମୟରେ ନବ ଦାସ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ବିଜେଡିକୁ ମଜବୁତ କରିବାରେ ତାଙ୍କର ଅବଦାନ ଅତୁଳନୀୟ ଥିଲା। ଦଳମତ ନିର୍ବିଶେଷରେ ତାଙ୍କୁ ସମସ୍ତେ ଭଲ ପାଉଥିଲେ। ସୂଚନା ଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ଆଜି ଗୁରୁତର ଅବସ୍ଥାରେ ଭୁ‌ବନେଶ୍ବର ଆପଲୋ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ନବ ଦାସଙ୍କୁ ଭେଟିଥିଲେ। ସେଠାରେ ସେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଓ ଚିକିତ୍ସା ନେଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଡାକ୍ତରଙ୍କ ସହ ଆଲୋଚନା ବେଳେ କହିଥିଲେ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସର୍ବୋତ୍ତମ ଚିକିତ୍ସା ଦିଅନ୍ତୁ।

ଗୁଳିମାଡ ଘଟଣା ଜାଣିବା ପରେ ତୁରନ୍ତ ଆଗୁଆ ମେଡିକକାଲରେ ପହଁଚି ସମସ୍ତ ବ୍ୟବସ୍ଥା କରାଇଥିଲେ ମୁଖ୍ୟମନ୍ତ୍ରୀ । କିନ୍ତୁ ବିଧିର ବିଧାନ କିଛି ଭିନ୍ନ ଥିଲା । ସମସ୍ତ ଅଭିଜ୍ଞ ଡାକ୍ତରଙ୍କ ଆପ୍ରାଣ ଉଦ୍ୟମ ସ୍ୱତେ ଜୀବନ ଫେରାଇ ଫେରି ପାଇଲେନି ନବ ଦାସ ।ଗୁରୁତର ଆହତ ନବ ଦାସଙ୍କୁ ତୁରନ୍ତ ଝାରସୁଗୁଡ଼ା ଜିଲ୍ଲା ହସ୍ପିଟାଲକୁ ନିଆଯାଇଥିଲା । ପରେ ତାଙ୍କୁ ଭୁବନେଶ୍ବର ଏୟାରଲିଫ୍ଟ କରାଯାଇଥିଲା । ଭୁବନେଶ୍ବର ବିମାନବନ୍ଦରରୁ ଆପୋଲୋ ହସ୍ପିଟାଲ ଯାଏ କରାଯାଇଥିଲା ଗ୍ରୀନ କରିଡର । ଯୁଦ୍ଧକାଳୀନ ଭିତ୍ତିରେ ମନ୍ତ୍ରୀଙ୍କୁ ନିଆଯାଇ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ସେଠାରେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଚିକିତ୍ସା କରୁଛନ୍ତି । ଚିକିତ୍ସା ଲାଗି ଗଠିତ ଟିମରେ ରହିଛନ୍ତି ଏସସିବି ମେଡିକାଲ କଲେଜ, ଆପୋଲୋ ହସ୍ପିଟାଲ ଓ କ୍ୟାପିଟାଲ ହସ୍ପିଟାଲର ଖ୍ୟାତନାମା ସ୍ପେଶାଲିଷ୍ଟ । ତେବେ ନବ ଦାସଙ୍କ ମୃତ୍ୟୁରେ ପ୍ରଧାମନ୍ତ୍ରୀ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: