ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ପ୍ରସ୍ତାବ ଭାଷଣ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଖଣି ଓ କୋଇଲା କ୍ଷେତ୍ରରେ ନୂଆ ସଂସ୍କାର ଆଣିବାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ । ଗତ ବର୍ଷକରେ ଦେଶରେ ଖଣି ରାଜସ୍ୱ ୧୪ ହଜାର କୋଟିରୁ ବୃଦ୍ଧି ପାଇ ୩୫ ହଜାର କୋଟିରେ ପହଞ୍ଚିଛି । ଏହାଦ୍ୱାରା ରାଜ୍ୟ ସହ ଦେଶର ପ୍ରଗତି ବି ସମ୍ଭବ ହୋଇଛି । ଏହି ଖଣିଜ ସଂସ୍କାରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ପ୍ରଶଂସନୀୟ । ଏଥିପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ସେ ଅଭିନନ୍ଦନ ଜଣାଇଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: