ବିଷ୍ଣୁଙ୍କ ପାଇଁ ଧର୍ମେନ୍ଦ୍ରଙ୍କ ଶୋକ; ଲୋକଙ୍କ ସେବାରେ ସେ ଏକ ଅଲିଭା ଛାପ ଛାଡ଼ି ଚାଲି ଗଲେ

ବିଷ୍ଣୁଙ୍କ ପାଇଁ ଧର୍ମେନ୍ଦ୍ରଙ୍କ ଶୋକ; ଲୋକଙ୍କ ସେବାରେ ସେ ଏକ ଅଲିଭା ଛାପ ଛାଡ଼ି ଚାଲି ଗଲେ

ପ୍ରଜିମ ନ୍ୟୁଜ ବ୍ୟୁରୋ: ବିଜୁ ଜନତା ଦଳର ବରିଷ୍ଠ ନେତା ସ୍ବର୍ଗତଃ ବିଷ୍ଣୁ ଦାସଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତି ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ପୂର୍ବତନ ମନ୍ତ୍ରୀ ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକ

ଟ୍ୱିଟ୍ କରି ଶୋକବାର୍ତ୍ତା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୂର୍ବତନ ମନ୍ତ୍ରୀ, ରାଜ୍ୟସଭା ସାସଂଦ ତଥା ବରିଷ୍ଠ ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ରାଜନୀତିର ଗୋଟିଏ ଯୁଗର ଅବସାନ ଘଟିଲା । ଦୀର୍ଘ ରାଜନୈତିକ ଓ ସାମାଜିକ ଜୀବନରେ ସାଧାରଣ ଗରିବ ଲୋକଙ୍କ ସେବାରେ ସେ ଏକ ଅଲିଭା ଛାପ ଛାଡ଼ି ଚାଲି ଯାଇଛନ୍ତି ବୋଲି ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହା ସହ ସେ ଅମରଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ମଧ୍ୟ କହିଛନ୍ତି ।

ବିଜୁ ଜନତା ଦଳର ବରିଷ୍ଠ ନେତା ସ୍ବର୍ଗତଃ ବିଷ୍ଣୁ ଦାସ ରାଜ୍ୟ ରାଜନୀତିରେ ବେଶ୍ ପରିଚିତ । ଜଗତସିଂହପୁର ନିର୍ବାଚନ ମଣ୍ଡଳୀରେ ୫ ଥର ବିଧାୟକ, ତିର୍ତ୍ତୋଲରେ ଥରେ ଏଭଳି ମୋଟ ୬ ଥର ବିଧାୟକ ହୋଇଛନ୍ତି । ସେ ୧୯୯୦ରୁ ୨୦୧୪ ପର୍ଯ୍ୟନ୍ତ ଜଗତସିଂପୁର ବିଧାୟକ ଥିଲେ । ୨୦୧୬ରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ଏଥିସହ ସେ ତାଙ୍କର ଦୀର୍ଘ ରାଜନୈତିକ ଜୀବନରେ ୯ ମାସ ପାଇଁ ରାଜ୍ୟସଭା ସାଂସଦ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଓ ଗଣଶିକ୍ଷା ମନ୍ତ୍ରୀ ଭଳି ଅନେକ ଉଚ୍ଚ  ପଦପଦବିରେ ରହିଥିଲେ । ୨୦୧୯ ମସିହାରେ ଶେଷ ଥର ଲାଗି ତିର୍ତ୍ତୋଲରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ ଓ ବିଜୟୀ ହୋଇଥିଲେ।

ଉଲ୍ଲେଖଯୋଗ୍ୟ, ଏଥି ପୂର୍ବରୁ ସ୍ବର୍ଗତଃ ଦାସ ଏକାଧିକ ରୋଗରେ ପୀଡ଼ିତ ଥିଲେ। ଏମିତିକି ଗତ ନିର୍ବାଚନ ସମୟରେ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ପ୍ରଚାରରେ ଆସି ପାରି ନ ଥିଲେ। ମେଡିକାଲରେ ରହି ମଧ୍ୟ ବିପୁଳ ସଂଖ୍ୟାରେ ବିଜୟୀ ହୋଇଥିଲେ । ନିର୍ବାଚନ ପରେ ନିର୍ବାଚନ ମଣ୍ଡଳୀକୁ ପ୍ରାୟତଃ ଆସୁ ନଥିଲେ। ତାଙ୍କ ପୁଅ ବିଜୟ ଶଙ୍କର ଦାସ ବିଭିନ୍ନ ଉନ୍ନୟନ ମୂଳକ କାମରେ ଆସି ଶିଳାନ୍ୟାସ, ଉଦ୍‌ଘାଟନ କରୁଥିବା ଦେଖିବାକୁ ମିଳିଥିଲା।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: