ପରଲୋକରେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସ

ପରଲୋକରେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଆଉ ନାହାନ୍ତି ବିଜେଡିର ବରିଷ୍ଠ ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ। ରାଜଧାନୀର ଏକ ବେସରକାରୀ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। କିଛିଦିନ ତଳେ ଗୁରୁତତ ହୋଇ ହସପିଟାଲରେ ଭର୍ତ୍ତି ହୋଇଥିଲେ ସେ । ଆଜି ତାଙ୍କର ୬୬ ବୟସରେ ପରଲୋକ ଘଟିଛି। ୬ ଥର ବିଧାୟକ, ଥରେ ମନ୍ତ୍ରୀ, ଥରେ ସାଂସଦ ହୋଇଥିଲେ ବିଷ୍ଣୁ। ଜଗତସିଂହପୁରରୁ ୫ ଥର, ତିର୍ତ୍ତୋଲରୁ ଥରେ ବିଧାୟକ ହୋଇଥିଲେ ବିଷ୍ଣୁ ଦାସ। ସେ ସ୍ୱଳ୍ପକାଳ ପାଇଁ ରାଜ୍ୟସଭା ସାଂସଦ ମଧ୍ୟ ହୋଇଥିଲେ। ସେହିପରି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ବିଷ୍ଣୁ।

ଜୁନ୍ ୨୨ତାରିଖରେ ତାଙ୍କର ବ୍ରେନ୍ ଷ୍ଟ୍ରୋକ୍ ହେବାପରେ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।
ହସ୍ପିଟାଲ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଶ୍ରୀ ଦାସଙ୍କର ବ୍ରେନ୍ ଷ୍ଟ୍ରୋକ୍ ହେବାପରେ ମୁଣ୍ଡରେ ରକ୍ତଜମାଟ ବାନ୍ଧି ଯାଇଥିଲା। ଜୁନ୍ ୨୩ତାରିଖ ସକାଳେ ଏକ ଅସ୍ତ୍ରୋପଚାର କରାଯାଇଥିଲା । କିନ୍ତୁ ଶ୍ରୀ ଦାସଙ୍କର ଡାଇବେଟିସ୍‌, ବ୍ଲଡପ୍ରେସର ଓ ଅନ୍ୟାନ୍ୟ ବାର୍ଦ୍ଧକ୍ୟଜନିତ ରୋଗ ଥିବାରୁ ସେବେଠୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିଲା ଓ ଗତକାଲି ସ୍ୱାସ୍ଥ୍ୟବସ୍ଥାରେ ଦ୍ରୁତ ଅବନତି ଦେଖାଦେଇଥିଲା। ତେବେ ଡାକ୍ତରୀ ଟିମର ସବୁ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଂଚାଇବା ସମ୍ଭବପର ହୋଇନଥିଲା।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: