ଗଜପତିଙ୍କ ସିଂହାସନ ଆରୋହଣକୁ ପୂରିଛି ୫୦ ବର୍ଷ ; ଜାଣି ରଖନ୍ତୁ କିଛି ରୋଚକ ତଥ୍ୟ

ପ୍ରିଜମ ନ୍ୟୁଜ ବ୍ୟୁରୋ: ଗଜପତି ଗୌଡେଶ୍ୱର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ବୀରାଧୀବୀରବର ଶ୍ରୀଶ୍ରୀଶ୍ରୀ ଦିବ୍ୟସିଂହ ଦେବଙ୍କ ସିଂହାସନ ଆରୋହଣକୁ ଆଜି ପୁରିଛି 50 ବର୍ଷ । ଆଜିକୁ ଠିକ୍ ୫୦ ବର୍ଷ ତଳେ ୮/୭/୧୯୭୦ରେ ସିଂହାସନ ଆରୋହଣ କରିଥିଲେ ଶ୍ରୀଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜ ।

ଫଟୋ ସୌଜନ୍ୟ:@puri_jagannath

କେମିତି ହୋଇଥିଲା ସିଂହାସନ ଆରୋହଣ ?

ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପିତୃଦେବ ଗଜପତି ବୀରକିଶୋର ଦେବଙ୍କ ଦେହାନ୍ତ ପରେ ତାଙ୍କ ମରଶରୀର ଶ୍ରୀକ୍ଷେତ୍ରରେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ପହଞ୍ଚିଥିଲା । ସେଦିନ ଶ୍ରୀକ୍ଷେତ୍ରରେ ଗୁଣ୍ଡିଚାଯାତ୍ରା ଥିଲା । ତିନି ଠାକୁର ପହଣ୍ଡି ବିଜେ କରି ରଥରେ ବିରାଜମାନ କରିଥାନ୍ତି । ବାକିଥାଏ ଗଜପତି ମହାରାଜାଙ୍କର ରଥ ଉପରେ ଛେରାପହଁରା । ସେତେବେଳକୁ ଉତ୍ତରାଧୀକାରୀ ଜେନାମଣି କାମାର୍ଣବ ଦେବ ଗଜପତି ରୂପେ ଅଭିଷିକ୍ତ ହୋଇନଥାନ୍ତି । ତେଣୁ ସେ ବର୍ଷ ଛେରାପହଁରା ନୀତି ମୁଦିରଥ ସମାପନ କରିଥିଲେ ।

ଯେମିତି କି ଆପଣ ଜାଣନ୍ତି, ଉତ୍କଳୀୟ ସଂସ୍କୃତି ଓ ସାମାଜିକ ଜୀବନରେ ଗଜପତିଙ୍କ ନାମରେ ଆରମ୍ଭ ହୁଏ ନବବର୍ଷ । ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆ ଦିନ ଆରମ୍ଭ ହୁଏ ଗଜପତିଙ୍କ ନୂତନ ଅଙ୍କ । ତେଣୁ ସୁନିଆକୁ ଉତ୍କଳୀୟ ନବବର୍ଷ ବୋଲି ଧରାଯାଏ । ଓଡ଼ିଆ ପାଇ ଓ ଜାତକରେ ବର୍ଷ, ମାସ, ତାରିଖ, ତିଥି ଓ ନକ୍ଷତ୍ର ଉଲ୍ଲେଖ ହୁଏ । ସୁନିଆ ଦିନଠାରୁ ଗଜପତି ମହାରାଜାଙ୍କ ଗାଦିନାସୀନ ବର୍ଷର ଗଣନା ହୋଇଥାଏ । ସୁନିଆ ଦିନ ଷୋଳଶାସନରୁ ବ୍ରାହ୍ମଣମାନେ ଶ୍ରୀନଅରକୁ ଆସି ଗୋଟିଏ ଲେଖାଏଁ ନଡ଼ିଆ ଗଜପତିଙ୍କୁ ଭେଟିଦେଇ ମହାରାଜାଙ୍କୁ ଆଶୀର୍ବାଦ କରିଥାନ୍ତି । କରଣସାମନ୍ତମାନେ ମଧ୍ୟ ଶ୍ରୀନଅରକୁ ଆସି ଗଜପତି ମହାରାଜାଙ୍କୁ ଭେଟିଦେଇଥାନ୍ତି । ସମସ୍ତଙ୍କୁ ଶ୍ରୀନଅରରେ ମହାପ୍ରସାଦ ସେବନରେ ଆପ୍ୟାୟିତ କରାଯାଏ । ସୁନିଆ ଦିନ ଗଜପତି ମହାରାଜା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି କନକ ଭେଟି ଅର୍ପଣ କରିବାର ପ୍ରଥା ଅଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଗଜପତି ପୁରୁଣା ନଅର ସ୍ଥଳକୁ ଯାଇ ଶ୍ୟାମାକାଳୀ ଓ ଅଷ୍ଟଶମ୍ଭୁଙ୍କୁ ଦର୍ଶନକରି ଶ୍ରୀନଅର ପ୍ରତ୍ୟାବର୍ତ୍ତନ କରିଥାନ୍ତି । ସୁନିଆ ଦିନ ସ୍ୱର୍ଣ୍ଣମୁଦ୍ରାରେ ଗଜପତି ମହାରାଜାଙ୍କ ନୂତନ ଅଙ୍କ କଟାଯାଇ ସେହିଦିନଠାରୁ ନୂତନ ଅଙ୍କର ଗଣନା ଆରମ୍ଭ ହୁଏ ।  

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହି ସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।  ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।  

Leave a Reply

Your email address will not be published.